Header Ads

Download

Bhima Nka Singhanada Radi - Class 10 M.I.L. BSE Odisha Complete Solution

Bhima Nka Singhanada Radi - Class 10 M.I.L. BSE Odisha Complete Solution 
ଭୀମଙ୍କ ସିଂହନାଦ ରଡି - ସମ୍ପୂର୍ଣ ପାଠ ଓ ଅଭ୍ୟାସ (ଶ୍ରେଣୀ - ଦଶମ)

କବି ପରିଚୟ : 
 ସାରଳା ଦାସ

                ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ । ତାଙ୍କ ଦ୍ବାରା ରଚିତ ପ୍ରମୁଖ ଗ୍ରନ୍ଥଗୁଡିକ ହେଲା :- ବିଲଙ୍କା ରାମାୟଣ, ମହାଭାରତ,ଚଣ୍ଡୀପୁରାଣ ,ଲକ୍ଷ୍ମୀନାରାୟଣ ବଚନିକା । 
              ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ୱୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ୱକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ୱାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ୱକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ପାଠ୍ୟ ବିଷୟବସ୍ତୁ :
(ବି.ଦ୍ର. - ମୋବାଇଲ ଫୋନ ରେ ସ୍ପଷ୍ଟ ଭାବେ ଦେଖି ପାରୁନଥିଲେ ସ୍କ୍ରିନ ରୋଟେଟ କରି ଦେଖନ୍ତୁ । )
Bhimanka Singha Nada Radi - Part 01

Bhimanka Singha Nada Radi - Part 02

Bhimanka Singha Nada Radi - Part 03

Bhimanka Singha Nada Radi - Part 04

Bhimanka Singha Nada Radi - Part 05

Bhimanka Singha Nada Radi - Part 06

Bhimanka Singha Nada Radi - Part 07
ବିଷୟ ବସ୍ତୁର ଆଲୋଚନା : (Video)
ପ୍ରଥମ ଭାଗ :


ଦ୍ଵିତୀୟ ଭାଗ :



ତୃତୀୟ ଭାଗ : 



ଚତୁର୍ଥ ଭାଗ :


ପଞ୍ଚମ ଭାଗ :





1 comment:

Theme images by fpm. Powered by Blogger.